• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

News Highlights

  • ଦକ୍ଷିଣ ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି

  • ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

  • ପାଣିପାଗ ବିଭାଗ ପକ୍ଷରୁ ଆଜି ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଦକ୍ଷିଣ ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆଜି୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ହେଲା ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ଅନୁଗୁଳ, ବରଗଡ଼, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ସୋନପୁର, ଦେବଗଡ଼, ସୁନ୍ଦରଗଡ ।

ଏସବୁ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ୪ ଜିଲ୍ଲା ନୂଆପଡା, ନବରଙ୍ଗପୁର, କଳାହାଣ୍ଡି ଓ ବଲାଙ୍ଗିର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏପଟେ ସମସ୍ତ ଜିଲ୍ଲାର ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।

ସେପଟେ ବିପଦ ସଂକେତ ଉପରେ ଜଳକା ନଦୀ । ବାଲେଶ୍ୱର ଜିଲ୍ଲାର ମଥାନିଠାରେ ବିପଦ ସଂକେତ ଉପରେ ରହିଛି । ଜଳସ୍ତର ବିପଦ ସଂକେତ ୫.୫୦ ମିଟର ଥିବାବେଳେ ଏବେ ୭.୧୮ ମିଟରରେ ପ୍ରବାହିତ ହେଉଛି । ବସ୍ତା ବ୍ଲକର ୧୨ଟି ଓ ସଦର ବ୍ଲକର ୨ଟି ପଞ୍ଚାୟତ ପାଣିଘେରରେ ରହିଛି । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଉଥିବାରୁ ନଦୀବନ୍ଧ ସମ୍ପୁର୍ଣ୍ଣ ଦୁର୍ବଳ ହୋଇଯାଇଛି । ଗତ ୧୦ ବର୍ଷ ଧରି ନଦୀ ବନ୍ଧ ମରାମତି କରାଯାଇନଥିବାରୁ କୌଣସି ମୁହୂର୍ତ୍ତରେ ବନ୍ଧ ଭାଙ୍ଗି ଯିବାର ଆଶଙ୍କା ରହିଛି ଯାହାକୁ ନେଇ ଭୟଭୀତ ଅବସ୍ଥାରେ ରହିଛନ୍ତି ନଈ କୂଳରେ ରହୁଥିବା ଲୋକେ ।