• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଆଜି ରାଜ୍ୟର କିଛି ସ୍ଥାନରେ ଝଡ଼ତୋଫାନ, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ତୋଫାନ, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ମାଲକାନଗିରି, ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼, ଢେଙ୍କାନାଳ, ଅନୁଗୁଳ ଓ କଟକ।

ସୂଚନାଥାଉ କି, ଜୁନ୍‌ ୧୪ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମଗ୍ର ରାଜ୍ୟକୁ ଆଚ୍ଛାଦିତ କରିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଜୁନ୍‌ ୧୦ରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିଲା। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଥିଲା। ଜୁନ୍‌ ୩ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଥିଲା।

ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ଦକ୍ଷିଣ-ପଶ୍ଚିମ ମୌସୁମୀ ଉତ୍ତର ଏବଂ ଦକ୍ଷିଣ ଭାରତରେ ସ୍ୱାଭାବିକ ରହିବା ସହିତ ମଧ୍ୟ ଭାରତରେ ସ୍ୱାଭାବିକଠାରୁ ଅଧିକ ଏବଂ ପୂର୍ବ ଓ ଉତ୍ତର ପୂର୍ବ ଭାରତରେ ସ୍ୱାଭାବିକ ହେବାର ସମ୍ଭାବନା ରହିଛି।