ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧, ୩୧୪ କରୋନା ପଜିଟିଭ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୩୪୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।  ୨୯ ଜିଲ୍ଲାରୁ ସର୍ବାଧିକ ୧,୩୪୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ୧୩୪୧ ଆକ୍ରାନ୍ତଙ୍କ ମଧ୍ୟରୁ ୮୧୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୨୩ରହିଛି।

ସୋମବାର ରାଜ୍ୟରେ ସର୍ବାଧିକ ରୋଗୀ ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବାବେଳେ ତା ପଛରେ ରହିଛି ଖୋର୍ଦ୍ଧା। ଗଞ୍ଜାମରୁ ୨୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୨୧୮।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୮, ୭୯୬ରେ ପହଞ୍ଚିଛି।

 

 

You might also like