କାଳବୈଶାଖୀ ନେଲା ଜୀବନ, ଏସବୁ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ତାଣ୍ଡବ। କେଉଁଠି ବଜ୍ରପାତରେ ଜୀବନ ଯାଇଛି ତ ଆଉ କେଉଁଠି ଝଡ଼ପବନରେ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଛି। ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକ କେଶଡିହା ପୁରୁଣାପାଣି ଗାଁରେ ବଜ୍ରପାତରେ ଜଣଙ୍କ ମୃତ୍ୟୁ ହେବା ସହ ୩ ଜଣ ଗୁରୁତର ହୋଇଛନ୍ତି। ତାଙ୍କୁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଏମାନେ ସମସ୍ତେ ଏକ ଇଟାଭାଟିରେ କାମ କରୁଥିବାବେଳେ ବଜ୍ରପାତର ଶୀକାର ହୋଇଥିଲେ।

ସେପଟେ ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଅଞ୍ଚଳରେ ପ୍ରବଳ ଝଡ଼ ପବନ ସହ ବର୍ଷା ହେବାରୁ ଗଛ ପଡ଼ି ରାସ୍ତା ଅବରୋଧ ରହିଛି। ଫଳରେ ୧୪୩ ନମ୍ବର ଜାତୀୟ ରାଜପଥରେ ଗମନାଗମନ ପ୍ରଭାବିତ ହୋଇଛି। ତାସହ ବିଜୁଳି ସରବରାହ ବିଛିନ୍ନ ହୋଇଛି।

ଅପରପକ୍ଷେ ପାଣିପାଗ ବିଭାଗ ପୂର୍ବାନୁମାନ କରି କହିଛି ଯେ, ଆସନ୍ତାକାଲି ଯାଏଁ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସୁନ୍ଦରଗଡ଼, ମୟୁରଭଞ୍ଜ, କେଉଁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଗଞ୍ଜାମ, କନ୍ଧମାଳ, ନୟାଗଡ଼ ଜିଲ୍ଲା ସମେତ କିଛି ସ୍ଥାନରେ ଏଭଳି ପାଗ ଲାଗିରହିବ। ଏଥିପାଇଁ ଅଧିକାଂଶ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

ଆଜି ତାଳଚେରରେ ସର୍ବାଧିକ ୪୧ ଦଶମିକ ୫ ଡିଗ୍ରୀ, ପାରଳାଖେମୁଣ୍ଡିରେ ୪୦ ଦଶମିକ ୨ ଏବଂ ବଲାଙ୍ଗିରରେ ୪୦ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ

ମନ୍ଦିର ଖୋଲିବାକୁ ମଙ୍ଗିଲେନି ସରକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

You might also like