ଘର ଭିତରକୁ ମାଡ଼ିଗଲା ପିକ୍‌ଅପ୍ ଭ୍ୟାନ୍‌

ଉମରକୋଟ: ରାସ୍ତା କଡ଼ରେ ଥିବା ଏକ ଘର ଭିତରକୁ ପିକ୍‌ଅପ୍‌ ଭ୍ୟାନ୍‌ ମାଡ଼ି ଯିବାରୁ ୨ ଶିଶୁଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଝରାବାହାଲ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି।

ଆଜି ସକାଳେ ଏମାନେ ଘର ବାରଣ୍ଡା ନିକଟରେ ନିଆଁ ପୋଉଁଥିବା ବେଳେ ପିକ୍‌ଅପ୍‌ ଭ୍ୟାନ୍‌ଟି ଘର ଭିତରକୁ ମାଡ଼ି ଆସିଥିଲା। ଏଥିରେ ୨ ଶିଶୁଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଶିଶୁ ମଧ୍ୟ ଅଛନ୍ତି।

You might also like