ଓଲଟି ପଡ଼ିଥିବା ଟ୍ରକରୁ ଜିନିଷ ଉଠାଉଥିଲେ, ପିଟିଦେଲା କୋଇଲା ବୋଝେଇ ଟ୍ରକ

ବାଲେଶ୍ୱର:ବାଲେଶ୍ୱର ଜିଲ୍ଲା ସୋର ନିକଟସ୍ଥ ତଳନଗର  ୧୬ ନମ୍ବର ଜାତୀୟ ରାଜପଥରେ ଗତକାଲି ରାତି ପ୍ରାୟ ୯ଟାରେ ଏକ ଟ୍ରକ ଦୁର୍ଘଟଣା ଘଟି ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୧୧ ଶ୍ରମିକ ଆହତ ହୋଇଛନ୍ତି। ସେମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରିଯାଇଛି। ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ଗତ ସୋମବାର ଏକ ପ୍ଲାଷ୍ଟିକ ସାମଗ୍ରୀ ବୋଝେଇ ଟ୍ରକ ସୋର ନିକଟସ୍ଥ ତଳନଗରଠାରେ ଓଲଟି ପଡିଥିଲା। ଗତକାଲି ରାତିରେ ସେହି ଟ୍ରକରୁ ସାମଗ୍ରୀ ସବୁ କାଢି ଅନ୍ୟ ଏକ ଟ୍ରକରେ ଲୋଡ କରାଯାଉଥିଲା। ଏହି ସମୟରେ ଏକ କୋଇଲା ବୋଝେଇ ଟ୍ରକ ଦ୍ରୁତ ଗତିରେ ଆସି ସାମଗ୍ରୀ ଉଠାଉଥିବା ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ତପନ ନାୟକ ନାମକ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଥିଲା।

ପୋଲିସ ଓ ଦମକଳ ବାହିନୀ ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

 

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like