ବଢୁଛି ସଂଖ୍ୟା: ଆଉ ଜଣେ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଯାଜପୁରରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ।  ସେ ହେଉଛନ୍ତି ୩୫ ବର୍ଷୀୟ ମହିଳା। ତାଙ୍କ ଘର ଯାଜପୁର ଜିଲ୍ଲା ବାସୁଦେବପୁର ଅଞ୍ଚଳର ବୋଲି ସୂଚାନା ଓ ଲୋକ ସଂପର୍କ ସୂଚନା ଦେଇଛି। ପୂର୍ବରୁ ଏହି ଅଞ୍ଚଳକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଥିଲା। ତାଙ୍କର ଟ୍ରାଭେଲ ହିଷ୍ଟ୍ରି ଜଣାପଡ଼ିନାହିଁ, କଣ୍ଟାକ୍ଟ ଟ୍ରେସିଂ ଚାଲିଥିବା ଜଣାପଡ଼ିଛି।

ଯାଜପୁରରୁ ଏହି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦ରେ ଛୁଇଁଛି। ସକାଳେ ୩ଟା, ଅପରାହ୍ଣରେ ଗୋଟିଏ। ଏହାକୁ ମିଶାଇ ଦିନକରେ ୪ କରୋନା ଆକ୍ରାନ୍ତ କେବଳ ଯାଜପୁରରେ ଚିହ୍ନଟ ହୋଇଛନ୍ତି। କଟିକଟା ୭୫ ବର୍ଷିୟ ମହିଳା, ବିରଜାପୁରର ୫୫ ବର୍ଷିୟ ପୁରୁଷ, ବେହେରାପାଟଣାର ୩୦ ବର୍ଷିୟ ଯୁବକ ଓ ବାସୁଦେବପୁରର ୩୫ ବର୍ଷିୟ ମହିଳା କରୋନା ରିପୋର୍ଟ ପଜିଟିଭ୍ ବାହାରିଛି। ଏହି ସମସ୍ତ ବ୍ୟକ୍ତି କୋଲକାତାରୁ ଫେରିଥିଲେ। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୯ରେ ପହଞ୍ଚିଛି।  ରାଜ୍ୟରେ ଆକ୍ଟିଭ କେଶ୍‌ ୯୩ ରହିଛି।

 

ଆହୁରି ପଢ଼ନ୍ତୁ

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

You might also like