ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗର ୧୦ କର୍ମଚାରୀଙ୍କୁ କରୋନା
ଭୁବନେଶ୍ୱର: ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗର ୧୦ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି ୧୦ କର୍ମଚାରୀଙ୍କ ସ୍ୱାବ୍ ରିପୋର୍ଟ ପଜିଟିଭ ଆସିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆହୁରି ପଢ଼ନ୍ତୁ
ସଂକ୍ରମିତ ସମସ୍ତ ୧୦ କର୍ମଚାରୀଙ୍କୁ ଆଇସୋଲେସନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଥାଉ କି, ବିଭାଗର ଜଣେ କର୍ମଚାରୀ ପଜିଟିଭ୍ ଚିହ୍ନଟ ପରେ ଅନ୍ୟମାନଙ୍କର କରୋନା ଟେଷ୍ଟ ହୋଇଥିଲା। ଆଜି ରିପୋର୍ଟ ଆସିବା ପରେ ୧୦ ଜଣ ସଂକ୍ରମିତ ହୋଇଥିବା ଜଣାପଡ଼ିଥିଲା।