ଓଡିଶା ପାଇଁ ଖୁସି ଖବର: ସୁସ୍ଥ ହେଲେ ଆଉ ୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଓଡିଶା ପାଇଁ ଏକ ଖୁସି ଖବର। ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରାଯାଇ  ସୂଚନା ଦିଆଯାଇଛି।

ରାଜଧାନୀ ଭୁବନେଶ୍ୱରର ୫ ଜଣ, ଭଦ୍ରକର ୨ ଜଣ ଓ କଟକ, ଯାଜପୁର, ପୁରୀର ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ରିପୋର୍ଟ ନେଗେଟିଭ ଆସିଛି। ଆକ୍ରାନ୍ତଙ୍କ ଚିକିତ୍ସା କରୁଥିବା ଡାକ୍ତର ଓ ଅନ୍ୟ ସ୍ୱାସ୍ଥ୍ୟ କର୍ମୀଙ୍କୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶୁଭେଚ୍ଛା ଜଣାଇଛି।

ସୂଚନାଥାଉ କି, ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ପୂର୍ବରୁ ୨ ଜଣ ସୁସ୍ଥ ହୋଇଥିଲେ। ଆଜି ଆଉ ୧୦ ଜଣ ସୁସ୍ଥ ହେବାପରେ ଏହି ସଂଖ୍ୟା ୧୨ରେ ପହଞ୍ଚିଛି। ତେବେ କରୋନାରେ ଆକ୍ରାନ୍ତ ହୋଇ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। 

You might also like