୪୦୦ ଟପିଲା ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମରୁ ୩, କଟକ ଓ ରାୟଗଡ଼ାରୁ ୨ଜଣ ଲେଖାଏ, ବଲାଙ୍ଗିର, ଗଜପତି ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୦୯ ଛୁଇଁଛି।

ପଢ଼ନ୍ତୁ: ଓଡ଼ିଶାରେ ୨,୯୯୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଖୋର୍ଦ୍ଧାରୁ ୬୦୦ରୁ ଅଧିକ ପଜିଟିଭ୍‌ ଚିହ୍ନଟ

You might also like