ଦିନକରେ ଓଡ଼ିଶାରେ ଚିହ୍ନଟ ହେଲେ ୧,୩୮୪ ନୂଆ କରୋନା ପଜିଟିଭ୍‌‌, ଗଲା ୧୦ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୧୦ ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୩ ଜଣ ଲେଖାଏ, ଗଜପତିରୁ ୨, କଳାହାଣ୍ଡି ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୧୦୬କୁ ବୃଦ୍ଧି ପାଇଛି।

ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୭ରେ ପହଞ୍ଚିଛି।

ଓଡ଼ିଶାରେ ଦିନକରେ ୧,୩୮୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି।

You might also like