ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୪, ଖୋର୍ଦ୍ଧାରୁ ୨, ନୟାଗଡ଼, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୬୯କୁ ବୃଦ୍ଧି ପାଇଛି।
ଅନ୍ୟପକ୍ଷରେ, ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୨୦୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଚିହ୍ନଟ ନୂଆ ୧,୨୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୭୫୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ।