ଓଡ଼ିଶାରେ ୨୪ ଘଣ୍ଟାରେ ଆଖି ବୁଜିଲେ ୧୦ କରୋନା ରୋଗୀ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ମୃତ୍ୟୁ ସଂଖ୍ୟା ୨୯୬ରେ ପହଞ୍ଚିଛି।

ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏ କରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ  ସୁନ୍ଦରଗଡ଼, ପୁରୀ, ବାଲେଶ୍ୱର ଓ ରାୟଗଡ଼ାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

 

You might also like