ଦିନକରେ ଓଡ଼ିଶାରେ ୧,୯୭୭ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, ଆଖି ବୁଜିଲେ ଆଉ ୧୦

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମରୁ ୪, ପୁରୀରୁ ୩, ସୁନ୍ଦରଗଡ଼, ସମ୍ବଲପୁର ଓ କଟକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୧୫୧କୁ ବୃଦ୍ଧି ପାଇଛି।

ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୨୪ରେ ପହଞ୍ଚିଛି।

ଅନ୍ୟପକ୍ଷରେ, ଓଡ଼ିଶାରେ ୧,୯୭୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

You might also like