ଓଡ଼ିଶାରେ କରୋନା ସ୍ଥିତି: ଆଉ ୧୦ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମରୁ ୪, ଭୁବନେଶ୍ୱରରୁ ୨, ଅନୁଗୁଳ, କୋରାପୁଟ, ନୟାଗଡ଼ ଓ ସୋନପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୯୦ ଛୁଇଁଛି।

ଅନ୍ୟପକ୍ଷରେ, ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୫୬ ହଜାର ୪୭୯ କରୋନା ଟେଷ୍ଟ ହୋଇଥିବା ବେଳେ ୨,୬୯୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।

You might also like