ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୦କୁ ବୃଦ୍ଧି ପାଇଛି।
ଆଜି କେବଳ ଗଞ୍ଜାମ ଜିଲ୍ଲାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୭୯ରେ ପହଞ୍ଚିଛି।
Regret to inform the demise of 10 Covid positive patients while under treatment in hospitals.
1. A 63-year old male of Gajapati district who was also suffering from Diabetes and Hypertension.
2. A 63-year old male of Ganjam district.
— H & FW Dept Odisha (@HFWOdisha) July 26, 2020
ଅନ୍ୟପକ୍ଷରେ, ଓଡ଼ିଶାରେ ଗୋଟିଏ ଦିନରେ ୧,୩୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୪୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।