ଓଡ଼ିଶାରେ କରୋନା ନେଲା ଆଉ ୧୦ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମରୁ ସର୍ବାଧିକ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରେ ୩, ଯାଜପୁର, କଳାହାଣ୍ଡି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୭ରେ ପହଞ୍ଚିଛି।

ଓଡ଼ିଶାରେ ଦିନକରେ ୧,୪୩୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି।

You might also like