ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ଚିହ୍ନଟ ହେଲେ ୧,୬୦୨; ଗଲା ୧୦ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୩, ସୁନ୍ଦରଗଡ଼ ଓ ଗଜପତିରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୭ରେ ପହଞ୍ଚିଛି।

ଅନ୍ୟପକ୍ଷରେ, ଓଡ଼ିଶାରେ ଦିନକରେ ୧,୬୦୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୬୦୨ ଆକ୍ରାନ୍ତଙ୍କ ମଧ୍ୟରୁ ୯୯୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୦୯  ରହିଛି।

You might also like