• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

ଅନୁଗୋଳ(ବିରଜା ଦାଶ): ମାଟ୍ରିକ୍‌ ପ୍ରି’ଟେଷ୍ଟ ପରୀକ୍ଷା ଦେଇ ଘରକୁ ଫେରୁଥିବା ବେଳେ ଛାତ୍ରୀଙ୍କ ଉପରେ ମାଡ଼ିଗଲା ଏକ ଟ୍ରକ୍‌। ଫଳରେ ଛାତ୍ରୀଙ୍କର ମେଡିକାଲ୍‌ରେ ମୃତ୍ୟୁ ଘଟିଛି। ଆଜି ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଅନୁଗୋଳ ଥାନା କୁମଣ୍ଡ ନିକଟରେ ଘଟିଛି। କୁମଣ୍ଡ ଗାଁର ଅରୁଣ ସାହୁଙ୍କ ଝିଅ ଆଂଚଲ ସାହୁ ।

କୁମଣ୍ଡ ଗାଁର ଅରୁଣ ସାହୁଙ୍କ ଝିଅ ଆଞ୍ଚଲ ଆଜି ଦଶମ ଶ୍ରେଣୀ ପ୍ରି’ଟେଷ୍ଟ ପରୀକ୍ଷା ଦେଇ ଘରକୁ ଫେରୁଥିଲେ। ବିଦ୍ୟାଳୟ ନିକଟରେ ଏକ ଟ୍ରକ ତାଙ୍କ ଉପରେ ମାଡ଼ି ଯାଇଥିଲା। ଫଳରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରାଯାଇ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଏହି ଖବର ପ୍ରକାଶ ପାଇବା ପରେ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଭଙ୍ଗାରୁଜା କରିବା ସହିତ ଚାଳକକୁ ନିସ୍ତୁକ ମାଡ଼ ମାରିଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଚାଳକଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି।

ଅନ୍ୟପକ୍ଷରେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ଅନୁଗୋଳ-ଛେଣ୍ଡିପଦା ରାସ୍ତା ଅବରୋଧ କରିଥିଲେ। ଯାହାଫଳରେ ଗାଡ଼ି ଚଳାଚଳ ଏକ ପ୍ରକାର ଠପ୍‌ ହୋଇଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି।
10th-class-student-death-in-truck-accident-in-angul
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories