ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଆଖି ବୁଜିଲେ ୧୧ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ର ସୂଚନା ଦିଆଯାଇଛି।

ଗଞ୍ଜାମରୁ ୩, ଭୁବନେଶ୍ୱରରୁ ୨, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ପୁରୀ, ରାୟଗଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୧୪ ହୋଇଛି।

ଅନ୍ୟପକ୍ଷରେ, ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୨୧୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୯ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

ପଢ଼ନ୍ତୁ: ଦିନକରେ ଚିହ୍ନଟ ହେଲେ ୩,୨୧୯ କରୋନା ପଜିଟିଭ୍‌

You might also like