• translate
Prangyan Parimita

୧୧ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ

ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜରେ ବର୍ଷା ସମ୍ଭାବନା
ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼ରେ ହୋଇପାରେ ବର୍ଷା
୧୧ଟି ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ସମ୍ଭାବନା
ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକକୁ ୟେଲୋ ଓ୍ୱାର୍ଣ୍ଣିଂ
ମୟୂରଭଂଜ, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି।  ଉତ୍ତର ଉପକୂଳ ଓଡ଼ିଶା, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ପୁରୀ ଏବଂ ଗଂଜାମ ଜିଲ୍ଲାରେ ଗୋଟିଏ କି ଦୁଇଟି ସ୍ଥାନରେ  ବର୍ଷା ହୋଇପାରେ । ସେହିପରି ୧୧ଟି ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ସମ୍ଭାବନା ରହିଛି । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ସ୍ଥିତି ଉପରେ ନଜର ରଖିବାକୁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଜଣାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।

 

Other Stories