ଭୁବନେଶ୍ୱରରୁ ଆଉ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଉ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୬୯ ଏବଂ ୪୯ ଲୋକାଲ କଣ୍ଟାକ୍ଟ କେସ୍ ରହିଚି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(BMC)।

କେଉଁ ଅଞ୍ଚଳରୁ ହେଲେ ଚିହ୍ନଟ:-

ଏକ ଘରୋଇ ହସ୍ପିଟାଲରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପଳାସପଲ୍ଲୀରୁ ୬ ଓ ଜାଗମରାରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି  ୩ ପୋଲିସ କର୍ମଚାରୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ସେହିପରି ୟୁନିଟ୍-୮ରୁ ୩ ଜଣ ଆକ୍ରାନ୍ତ ହୋଇଛନ୍ତି। ଆଜି ଆଉ ୧୨୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଓଡ଼ିଶାରେ ଦିନକରେ ୧,୪୩୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୪୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୪୫ ରହିଛି।

You might also like