ସାରା ରାଜ୍ୟରେ ଘନ କୁହୁଡ଼ିର ଆସ୍ତରଣ; ୧୨ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା, ସବୁଠି ଏବେ ଘନ କୁହୁଡ଼ିର ଆସ୍ତରଣ। ସାରା ରାଜ୍ୟ ଯେପରି ଏବେ କୁହୁଡ଼ି ଭିତରେ ଘୋଡ଼େଇ ହୋଇ ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତା ୨୫ ତାରିଖ ଯାଏ ସମାନ ପରିସ୍ଥିତି ଲାଗି ରହିବ।

ଆଜି ଓ କାଲି ୧୨ଟି ଜିଲ୍ଲା ପାଇଁ କୁହୁଡ଼ିର ସତର୍କ ସୂଚନା ଜାରି ହୋଇଛି। ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, ଯାଜପୁର କେନ୍ଦ୍ରାପଡ଼ା, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ ଓ କନ୍ଧମାଳ  ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ତେବେ ୨୬ ଓ ୨୭ ତାରିଖରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଗତ କିଛି ଦିନ ଧରି ରାଜ୍ୟରେ ଲାଗି ରହିଥିବା ଘନ କୁହୁଡ଼ି ବଳୟ ଯୋଗୁ ଯାତାୟତ ବାଧାପ୍ରାପ୍ତ ହେଉଥିବା ବେଳେ ଦୁର୍ଘଟଣା ମଧ୍ୟ ଘଟୁଥିବା ଜଣାପଡ଼ିଛି।

You might also like