ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୨ ଆକ୍ରାନ୍ତ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୨ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମରୁ ସର୍ବାଧିକ ୪ଜଣ, ଭୁବନେଶ୍ୱର, କଟକ, ଯାଜପୁର, ମାଲକାନଗିରି, ନବରଙ୍ଗପୁର, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୮୨ ଛୁଇଁଛି।

ଅନ୍ୟପକ୍ଷରେ, ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଟପିଛି। ଗତ ୨୪ ଘଣ୍ଟାରେ ୩,୦୧୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।

ପଢ଼ନ୍ତୁ: ଓଡ଼ିଶାରେ ଲକ୍ଷେ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ୩,୦୧୪ ଚିହ୍ନଟ

 

You might also like