ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏ, ଭଦ୍ରକ, ସମ୍ବଲପୁର ଓ ମୟୂରଭଞ୍ଜରୁ ଜଣେ ଲେଖାଏ,
କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ଗଜପତିରୁ ମଧ୍ୟ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୪୭ରେ ପହଞ୍ଚିଛି।

ପଢ଼ନ୍ତୁ: ଓଡ଼ିଶାରେ ୧,୮୩୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଏଥର ଖୋର୍ଦ୍ଧାରୁ ସର୍ବାଧିକ

You might also like