ଆଜି ବି ଆଉ ୧୨ ଜୀବନ ନେଲା କରୋନା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏ, ବାଲେଶ୍ୱର, ବରଗଡ଼, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୧୨୫କୁ ବୃଦ୍ଧି ପାଇଥିବାବେଳେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୫୯ରେ ପହଞ୍ଚିଛି।