ଚଡ଼କ ମେଳା ଉଦ୍‌ଯାପିତ

ଜଳେଶ୍ୱର(ଅଜିତ ଦାସ): ୧୩ ଦିନ ଧରି ବାଲେଶ୍ୱର ଭୋଗରାଇ ଚନ୍ଦନେଶ୍ୱର ପୀଠରେ ବେଶ୍ ଧୁମ୍‌ଧାମରେ ଚାଲିଥିବା ପ୍ରସିଦ୍ଧ ଚଡ଼କ ମେଳା ଉଦ୍‌ଯାପିତ ହୋଇଯାଇଛି।

ବିଶ୍ୱାସ ଓ ପରମ୍ପରାର ଅନନ୍ୟ ନିଦର୍ଶନ ଚଡ଼କ ଯାତ୍ରାର ଗତକାଲି ଅନ୍ତିମ ଚରଣ ପାଟ ପର୍ବରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ସାମିଲ ହୋଇଥିଲେ। ସକାଳୁ ମାଳ ଚନ୍ଦନ ନୀତି ପରେ ଅପରାହ୍ଣରେ ମାନସିକ କରିଥିବା ପାଟ ଭକ୍ତମାନେ ଦେହରେ କଣ୍ଟା ଫୋଡ଼ି ଭକ୍ତି ଓ କୁଛ୍ର ସାଧନାରେ ନିଆରା ପରାକାଷ୍ଠା ପ୍ରଦର୍ଶନ କରିଥିଲେ।

You might also like