Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୩ କରୋନା ରୋଗୀ ଆଖି ବୁଜିଥିବା ବେଳେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଖୋର୍ଦ୍ଧାରୁ ୩, ପୁରୀ ଓ କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏ, ବରଗଡ଼, ବଲାଙ୍ଗିର, କଟକ, ଗଜପତି, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୮୨ ହୋଇଛି।

ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

You might also like