କେନ୍ଦ୍ରାପଡ଼ାରେ ଆଉ ୧୩ କରୋନା ପଜିଟିଭ୍ ଚିହ୍ନଟ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାରେ ଆଉ ୧୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଏନେଇ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୨କୁ ବୃଦ୍ଧି ପାଇଛି।

କେନ୍ଦ୍ରାପଡ଼ାରେ ନୂଆ ଆକ୍ରାନ୍ତ ଚିହ୍ନଟ ନେଇ ଯଦିଓ ଜିଲ୍ଲାପାଳ ଟ୍ୱିଟ୍‌ କରିଛନ୍ତି, କିନ୍ତୁ ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବର୍ତ୍ତମାନ ସୁଦ୍ଧା କୌଣସି ସୂଚନା ଦିଆଯାଇ ନାହିଁ।

You might also like