ଚିନ୍ତା ବଢାଇଲା କରୋନା, ଦିନକରେ ୧୭ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଯାଜପୁରରେ ଆଉ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୪ ଜଣ ଚିହ୍ନଟ ପରେ କେବଳ ଯାଜପୁରରେ ସଂଖ୍ୟା ସଂଖ୍ୟା ୩୬କୁ ବୃଦ୍ଧି ପାଇଛି।   ଆଜି ସକାଳେ ଏଠାରେ ୩ ଜଣ ଚିହ୍ନଟ ହୋଇଥିଲେ ଏହାକୁ ମିଶାଇ ରାଜ୍ୟରେ ୧୪୨ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଛନ୍ତି।

ଆଜିର ଏହି ୧୪ ଜଣ ଏମାନେ ସମସ୍ତେ ଯାଜପୁର କଟିକଟା ଅଞ୍ଚଳର। ପୂର୍ବରୁ ସେହି ଅଞ୍ଚଳରୁ ୬ ଜଣ ଆକ୍ରାନ୍ତ ହୋଇଥିଲେ। ପରେ ସେହି ଅଞ୍ଚଳକୁ କଣ୍ଟେନମେଣ୍ଟ ଯୋଜନା ଘୋଷଣା କରାଯାଇଥିଲା।

ଏବେ ଯାଜପୁରରେ ରାଜ୍ୟର ସବୁଠୁ ଅଧିକ ୩୫ ଜଣ ସକ୍ରିୟ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି। ସେହିପରି ଭୁବନେଶ୍ୱରରେ ଆଜି ସୁଦ୍ଧା ଦ୍ୱିତୀୟ ସର୍ବାଧିକ ୧୯ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ଏଥିସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୧୪୨ରେ ପହଞ୍ଚିଛି।

ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୯ ଜଣ ସୁସ୍ଥ ହୋଇଛନ୍ତି। ତେବେ ଜଣଙ୍କର ମୃତ୍ୟୁ ଘଟିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ସର୍ବାଧିକ ୨୫୮୮ଟି ସାମ୍ପଲ୍ ଟେଷ୍ଟ ହୋଇଥିଲା।

ଆହୁରି ପଢ଼ନ୍ତୁ

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

You might also like