Coronavirus Updates: ଓଡ଼ିଶାରେ ଆଜି ସର୍ବାଧିକ ୧୪ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୪ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ବାଲେଶ୍ୱର, ଭୁବନେଶ୍ୱର,କଟକ, ଜଗତସିଂହପୁର ଓ ମାଲକାନଗିରିରୁ ୨ଜଣ ଲେଖାଏ, ବରଗଡ଼, ଯାଜପୁର,ପୁରୀ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭୦ ଛୁଇଁଛି।

ଅନ୍ୟପକ୍ଷରେ, ରାଜ୍ୟରେ ୨୪ ଘଣ୍ଟାରେ ୩୦ ଜିଲ୍ଲାରୁ ୩,୨୫୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

You might also like