ଯାତ୍ରୀଙ୍କୁ ନେଇ ଯାଉଥିଲା ବସ୍‌; ସାମ୍ନାରୁ ଆସି ଭୟଙ୍କର୍‌ ଭାବେ ପିଟିଦେଲା ଟ୍ରକ୍

କଟକ: କଟକ ଚୌଦ୍ୱାର ୧୬ ନମ୍ବର ଜାତୀୟ ରାଜପଥ ଟାଙ୍ଗୀ ବ୍ୟାଙ୍କ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆଜି ଅପରାହ୍ନରେ ଘଟିଛି ଏହି ଦୁର୍ଘଟଣା। ଏକ ଯାତ୍ରୀବାହୀ ବସ୍ ଏବଂ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ୪ ଗୁରୁତରଙ୍କୁ ଅଧତ୍କ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ପରେ ଟ୍ରକ ସହ ଡ୍ରାଇଭର ଫେରାର୍ ହୋଇଯାଇଛି।

You might also like