କରୋନାରେ ଆଖି ବୁଜିଲେ ଆଉ ୧୫ ଜଣ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୫ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧୨୨୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ସୂଚନା ଥାଉ କି, ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ କମିବାରେ ଲାଗିଛି। ଆଜି ମଧ୍ୟ ଚିହ୍ନଟ ଅକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ତଳେ ରହିଛି। । ସୂଚନା ଓ ଲୋକ ସମ୍ପର୍କ ବିଭାଗ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟାରେ ଓଡ଼ିଶାରେ 1695 ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୬୯୫ ଆକ୍ରାନ୍ତଙ୍କ ମଧ୍ୟରୁ ୯୮୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୭୦୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗତକାଲି ୧୮ ଜଣଙ୍କ ମୃତ୍ୟୁ ହୋଇଥିଲା।

You might also like