୨୪ ଘଣ୍ଟାରେ ଓଡ଼ିଶାରୁ ୧,୫୦୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୫୦୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୫୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୦୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୦୧  ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମରୁ ସର୍ବାଧିକ ୪୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୬,୮୯୨ରେ ପହଞ୍ଚିଛି।

You might also like