ଓଡ଼ିଶାରେ ୧,୫୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ସର୍ବାଧିକ
ଭୁବନେଶ୍ୱର: ଓଡ଼ିଶାରେ ୧,୫୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଚିହ୍ନଟ ନୂଆ ୧,୫୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୯୪୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୫୮୦ ରହିଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୪୫୫ରେ ପହଞ୍ଚିଛି।