ଖୋର୍ଦ୍ଧାରେ କମୁଛି କରୋନା ସଂକ୍ରମଣ‌, ଦିନକରେ ଚିହ୍ନଟ ହେଲେ ୨୦୦ରୁ କମ୍ ଆକ୍ରାନ୍ତ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶା ରେ ୧,୫୪୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୫୯ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧,୫୪୭ ଆକ୍ରାନ୍ତଙ୍କ ମଧ୍ୟରୁ ୮୯୧  ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୫୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୮,୬୪୬ରେ ପହଞ୍ଚିଛି।

You might also like