ରାଜ୍ୟରେ କରୋନାରେ ଆଉ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଗଜପତି ଓ କଳାହାଣ୍ଡି ଜିଲ୍ଲାରୁ ୩ ଲେଖାଏଁ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୧୦୪କୁ ବୃଦ୍ଧି ପାଇଛି।

You might also like