ଭୁବନେଶ୍ୱର: ଓଡ଼ିଶାରେ ୧,୬୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୬୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୧୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୬୨୫ ରହିଛି। ଗତ ୨୪ ଘଣ୍ଟାରେ ଏହି ନୂଆ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।
ଖୋର୍ଦ୍ଧା ଓ ଗଞ୍ଜାମରୁ ସର୍ବାଧିକ ୨୭୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୪,୧୯୩ରେ ପହଞ୍ଚିଛି।