୧୮ ଜିଲ୍ଲାରୁ ଆଉ ୧୬୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୬୭ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଜପତି ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୮ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧୬୭  ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ରାୟଗଡ଼ା ଓ ଯାଜପୁରରୁ ୫ଜଣ ଲେଖାଏ, ଖୋର୍ଦ୍ଧାରୁ ୮, ନୟାଗଡ଼ରୁ ୨, ବାଲେଶ୍ୱରରୁ ୧୩, ଜଗତସିଂହପୁରରୁ ୧୯, କଟକରୁ ୩, ଢେଙ୍କାନାଳରୁ ୯, ବରଗଡ଼, ପୁରୀ, ବଲାଙ୍ଗିର ଓ କୋରାପୁଟରୁ ଜଣେ ଲେଖାଏ, ଗଞ୍ଜାମରୁ ୩୦, ଗଜପତିରୁ ୪୧, ସୁନ୍ଦରଗଡ଼ରୁ ୪, ମୟୂରଭଞ୍ଜରୁ ୧୪, ଝାରସୁଗୁଡ଼ାରୁ ୩ ଓ କେନ୍ଦ୍ରାପଡ଼ାରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

You might also like