ଓଡ଼ିଶାରେ କରୋନା ସ୍ଥିତି: ୩ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ୧,୪୧୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ଟପି ଥିବାବେଳେ ୨୪ ଘଣ୍ଟାରେ ଆଉ ୧୭ କରୋନା ରୋଗୀ ଆଖି ବୁଜିଛନ୍ତି।

ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୪୧୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩, କଟକ, ମୟୂରଭଞ୍ଜ, ସମ୍ବଲପୁର, ବରଗଡ଼ରୁ ୨ ଜଣ ଲେଖାଏ, ପୁରୀ, ବାଲେଶ୍ୱର, କୋରାପୁଟ, କଳାହାଣ୍ଡି, କେନ୍ଦ୍ରାପଡ଼ା ଓ ଭଦ୍ରକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

You might also like