ଆଜି ଭୁବନେଶ୍ୱରରେ ୧୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ସହରରେ ୧୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୭ରୁ ୧୪ ହୋମ୍ କ୍ୱାରେଣ୍ଟିନ, ୩ ଲୋକାଲ୍ କଣ୍ଟାକ୍ଟ କେସ୍ ଥିବା ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। ୩ ଲୋକାଲ କଣ୍ଟାକ୍ଟ କେସ୍‌ରୁ ୨ ପୁରୁଷ ଏବଂ ଜଣେ ମହିଳା, ନହରକଣ୍ଟା ଅଞ୍ଚଳରୁ ଜଣେ ୨୭ ବର୍ଷୀୟ ଯୁବକ ପଜିଟିଭ ଚିହ୍ନଟ ହୋଇଥିବା ଟ୍ୱିଟ୍ କରି ସୂଚନା ଦେଇଛି ବିଏମ୍‌ସି।

ସେହିଭଳି କେନ୍ଦ୍ର ସରକାରଙ୍କ ଏକ ହସ୍ପିଟାଲର ଜଣେ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଘରୋଇ ହସ୍ପିଟାଲ କର୍ମଚାରୀ ଥିବା ଜୟଦେବ ବିହାରର ଜଣେ ମହିଳା ପଜିଟିଭ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱରରୁ ଚିହ୍ନଟ ହୋଇଥିବା ୧୭ ପଜିଟିଭରୁ ୭ ରେଲୱେ ଅଧିକାରୀ ମଧ୍ୟ ଅଛନ୍ତି। ଆକ୍ରାନ୍ତ ରେଲୱେ ଅଫିସରମାନଙ୍କ ବୟସ ୩୧ରୁ ୪୦ ବର୍ଷ ମଧ୍ୟରେ ବୋଲି ବିଏମ୍‌ସି କହିଛି।

ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୯ ଥିବା ବେଳେ ସେଥିମଧ୍ୟରୁ ୮୨ ସୁସ୍ଥ ଓ ୩ ଜଣଙ୍କର ମୃତ୍ୟୁ ହୋଇଛି। ୬୪ ଜଣ ଏବେବି ଚିକିତ୍ସିତ ହେଉଛନ୍ତି। ଆଜି ମଧ୍ୟ ୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ଟ୍ୱିଟ୍‌ କରିଛି ବିଏମ୍‌ସି।

ରାଜ୍ୟରେ ଆଜି ଆଉ ୧୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଚିହ୍ନଟଙ୍କ ମଧ୍ୟରେ ୨୧ ଅଗ୍ନିଶମ କର୍ମଚାରୀ ଅଛନ୍ତି।  ଏଥିମଧ୍ୟରୁ କ୍ୱାରେଣ୍ଟିନ କେନ୍ଦ୍ରର ୧୪୫ ହୋଇଥିବାବେଳେ ୩୦ଟି ଲୋକାଲ୍ କେସ୍ ରହିଥିବା ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ କେବଳ ଖୋର୍ଦ୍ଧାର ୨୫ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

ସମ୍ପୂର୍ଣ୍ଣ ତଥ୍ୟ ପାଇଁ ବିଏମ୍‌ସି ଫଟୋ ଚାର୍ଟ ଦେଖି ନିଅନ୍ତୁ-

Image

ଆହୁରି ପଢ଼ନ୍ତୁ

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

You might also like