ସୁରତରୁ ଫେରିଥିଲେ ୧୭୦ ନମ୍ୱର କରୋନା ଆକ୍ରାନ୍ତ

ବ୍ରହ୍ମପୁର: ଗଞ୍ଜାମ ଆଜି ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ସୁରତ ଲିଙ୍କ। ସଂପୃକ୍ତ ୧୮ ବର୍ଷୀୟ ଯୁବକ ସୁରତରୁ ଫେରି ସରକାରୀ କ୍ୱାରେଣ୍ଟିନ୍‌ରେ ଥିଲେ ବୋଲି ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସଂପର୍କ ବିଭାଗ ସୂଚନା ଦେଇଛି। ସଂପୃକ୍ତ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ଗଞ୍ଜାମ ଜିଲ୍ଲାରେ ପଜିଟିଭ୍ ସଂଖ୍ୟା ୩କୁ ବୃଦ୍ଧି ପାଇଛି।

ଏପଟେ ରାଜ୍ୟରେ ସମୁଦାୟ କରୋନା ପଜିଟିଭ୍ ସଂଖ୍ୟା ୧୭୦କୁ ବୃଦ୍ଧି ପାଇଛି। ସେପଟେ ଗତ ୨୪ ଘଣ୍ଟାରେ ସର୍ବାଧିକ ସାମ୍ପଲ୍ ଟେଷ୍ଟ କରାଯାଇଛି। ଅନ୍ୟଦିନ ଅପେକ୍ଷା ଗତକାଲି ସର୍ବାଧିକ ୩ହଜାର ୫୩୫ଟି ସାମ୍ପଲ୍ ପରୀକ୍ଷା ହୋଇଥିବା ସୂଚନା ମିଳିଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୪ ହଜାର ୬୬୩ଟି ସାମ୍ପଲ୍ ଟେଷ୍ଟ ହୋଇସାରିଛି। ଏଥିମଧ୍ୟରୁ ଆକ୍ଟିଭ କେସ୍ ୧୦୯ଟି ଥିବା ବେଳେ ସୁସ୍ଥ ହୋଇଛନ୍ତି ୬୦ଜଣ ଏବଂ ଜଣଙ୍କର ମୃତ୍ୟୁ ହୋଇଛି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

You might also like