୧୪ ଜିଲ୍ଲାରୁ ଆଉ ୧୭୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୩ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୪ଟି ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧୭୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କେସ୍ ୨୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁରରୁ ୧୯ଜଣ, ଖୋର୍ଦ୍ଧାରୁ ୯ଜଣ, ଝାରସୁଗୁଡ଼ାରୁ ଜଣେ, ନୟାଗଡ଼ରୁ ୭ଜଣ, କଟକରୁ ୧୩ଜଣ, ମୟୂରଭଞ୍ଜରୁ ୧୩ଜଣ, ଭଦ୍ରକରୁ ୪ଜଣ, କଳାହାଣ୍ଡିରୁ ୨ଜଣ, ଗଞ୍ଜାମରୁ ୬୪ଜଣ, ଗଜପତିରୁ ୧୦ଜଣ, ବଲାଙ୍ଗିରରୁ ୧୧ଜଣ, ବାଲେଶ୍ୱରରୁ ୧୧ଜଣ, ପୁରୀରୁ ଜଣେ ଓ ନୂଆପଡ଼ାରୁ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୮୧କୁ ଛୁଇଁଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୬୭ ଜଣ ଚିକିତ୍ସାଧୀନ ଥିବାବେଳେ ୧,୬୦୪ ଜଣ ସୁସ୍ଥ ହୋଇଛନ୍ତି। ତେବେ ୮ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି।

You might also like