• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ଆସନ୍ତା କିଛି ଘଣ୍ଟା ମଧ୍ୟରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ। ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଉଭୟ ଘୁର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଆଜି ସକାଳ ୮ଟା ୩୦ ସୁଦ୍ଧା ଓଡ଼ିଶାର ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ।

ବିଶେଷ କରି ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୟେଲ୍ଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଉଛି କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଦେବଗଡ଼ ଓ ସମ୍ବଲପୁର।

ସେହିଭଳି ଝାରସୁଗୁଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ବରଗଡ଼, ଢେଙ୍କାନାଳ, ନୟାଗଡ଼ ଓ ବଲାଙ୍ଗିର ଜିଲ୍ଲାକୁ ବି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।  ଏସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହୋଇପାରେ। ତାସହ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଓଡିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପହଞ୍ଚିବା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଦେଇଛି।

18-districts-alert-for-rainfall
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories