ପିକ୍‌ଅପ୍‌ ଭ୍ୟାନ୍‌କୁ ଧକ୍କା ଦେଲା ଟ୍ରକ୍‌; ୧୯ ମହିଳା ବୋଲ୍‌ବମ୍‌ ଭକ୍ତ ଆହତ

ସୁନ୍ଦରଗଡ଼: ପୂଜା ସାରି ଘରକୁ ଫେରିବା ବେଳେ ଏକ ପିକ୍‌ଅପ୍ ଭ୍ୟାନ୍‌କୁ ଟ୍ରକ୍‌ ଧକ୍କା ଦେବା ଫଳରେ ୧୯ଜଣ ମହିଳା ବୋଲ୍‌ବମ୍‌ ଭକ୍ତ ଆହତ ହୋଇଛନ୍ତି। ଗତକାଲି ସନ୍ଧ୍ୟାରେ ସୁନ୍ଦରଗଡ଼ ଜିଲ୍ଲା ଗୋମାଡିହିରେ ଏହି ଅଘଟଣ ଘଟିଛି।

ସୂଚନା ଅନୁସାରେ ବଡ଼ଗାଁ ଗଡ଼ବାହଲ ଅଞ୍ଚଳର କିଛି ମହିଳା ଏକ ପିକ୍‌ଅପ୍ ଭ୍ୟାନରେ ରାଜଗାଙ୍ଗପୁର ସ୍ଥିତ ଘୋଗର ଧାମକୁ ପୂଜା ପାଇଁ ଯାଇଥିଲେ। ପୂଜା ସାରି ଘରକୁ ଫେରିବା ବେଳେ ସେମାନେ ଯାଉଥିବା ଗାଡ଼ିକୁ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଫଳରେ ଏହି ଦୁର୍ଘଟଣା ଘଟିଥିଲା।

ମିଳିଥିବା ସୂଚନା ଅନୁସାରେ, ସେମାନଙ୍କୁ ସାଙ୍ଗେସାଙ୍ଗେ ରାଜଗାଙ୍ଗପୁର ଅର୍‌ବାନ୍‌ ହେଲ୍‌ଥ ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଅନ୍ୟପକ୍ଷରେ, ରାଜଗାଙ୍ଗପୁର ପୁଲିସ୍‌ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

You might also like