ଓଡ଼ିଶାରେ ସୁଧୁରୁଛି କରୋନା ସ୍ଥିତି: ୨୪ ଘଣ୍ଟାରେ ୧,୯୩୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୧,୯୩୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୭୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧,୯୩୧ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୨୦ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୮୧୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୪,୧୮୧ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

You might also like