ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରିରେ ସଡକ ଦୁର୍ଘଟଣାକୁ ନେଇ ଉତ୍ତେଜନା ଦେଖା ଦେଇଛି। ମାଲକାନଗିରି-କାଲିମେଳା ରାସ୍ତାର ବଦଳି ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମେଘନାଦ  ଦାସ ଓ ସାମଲ ସେନ୍। ସେମାନଙ୍କ ଘର ଏମ୍‌ପିଭି ୧୩ ଗାଁରେ ବୋଲି ଜଣାପଡ଼ିଛି।

ବଦଳି ଛକ ନିକଟରେ ବାଇକ୍‌ ଓ ବୋଲେରୋ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ମେଘନାଦ ଓ ସାମଲଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ରାସ୍ତା ରୋକ କରିଥିଲେ। ଏଥିସହ ବୋଲେରୋକୁ ମଧ୍ୟ ଜାଳି ଦେଇଥିଲେ।

ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।

You might also like