• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି ପୁଣି ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଜଣେ ଡାକ୍ତରଖାନାରେ ଥିବାବେଳେ ଜଣେ ହୋମ କ୍ୱାରେଣ୍ଟିନ୍‌ରେ ଥିଲେ।  ୨ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଆପୋଲୋ ହସ୍ପିଟାଲ କର୍ମଚାରୀ ଥିବା ବେଳେ ଅନ୍ୟ ଜଣେ ନୟାପଲ୍ଲୀ ଶ୍ରୀରାମ ବିହାର ଆପର୍ଟମେଣ୍ଟର ବୋଲି ଭୁବନେଶ୍ୱର ମହାନଗର ନିଗମ  ସୂଚନା ଦେଇଛି।

କରୋନାରେ ଆକ୍ରାନ୍ତ ହୋଇଥିବା ଆପୋଲୋ କର୍ମଚାରୀ ୨୫ ବର୍ଷର ଯୁବକ ଓ ସେ ପୂର୍ବରୁ ମେଡିକାଲରେ ଚିକିତ୍ସିତ ହେଉଥିଲେ। ତାଙ୍କର ସୁରତ୍‌ ଲିଙ୍କ୍‌ ଥିବା ଜଣାଯାଇଛି।  ତାଙ୍କ ପରିବାରରୁ ଜଣ ସୁରତ୍‌ ଯାଇଥିଲେ। ଏହି ବ୍ୟକ୍ତି ଜଣକ ତାଙ୍କ ସଂସ୍ପର୍ଶରେ ଆସିଥିବାରୁ କରୋନା ଆକ୍ରାନ୍ତ ହୋଇଥିବା ଜଣାଯାଇଛି।

ସେହିପରି ଅନ୍ୟ ଆକ୍ରାନ୍ତ ଜଣକ ନୟାପଲ୍ଲୀ ଶ୍ରୀରାମନଗରର ଜଣେ ୬୭ ବର୍ଷ ବୟସ୍କ ବୃଦ୍ଧ।  ସେ ହୋମ କ୍ୱାରେଣ୍ଟାଇନ୍‌ରେ ଥିଲେ।

ସୂଚନାଥାଉ କି, ରାଜ୍ୟରେ ଆଉ ୧୩୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୧୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟିନ୍‌ ୨ ଟି ଲୋକାଲ ଥିବା ଜଣାଯାଇଛି।

ଏମାନଙ୍କ ମଧ୍ୟରୁ କେନ୍ଦୁଝରରୁ ୮ଜଣ, ଝାରସୁଗୁଡ଼ାରୁ ୪ଜଣ, ଖୋର୍ଦ୍ଧାରୁ ୧୭ଜଣ, ଢେଙ୍କାନାଳରୁ ୩ଜଣ, କଟକରୁ ୭ଜଣ, କେନ୍ଦ୍ରାପଡ଼ାରୁ ଜଣେ, ନୂଆପଡ଼ାରୁ ୨ଜଣ, ଗଜପତିରୁ ୭ଜଣ, କନ୍ଧମାଳରୁ ୧୫ଜଣ, କଳାହାଣ୍ଡିରୁ ୨ଜଣ, ଗଞ୍ଜାମ ଓ ପୁରୀରୁ ୩ଜଣ ଲେଖାଏ, ମୟୂରଭଞ୍ଜରୁ ୯ଜଣ, ସମ୍ବଲପୁରରରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ODRAF/ NDRF/Fire Servicesର ୫୪ ଜଣ ଅଛନ୍ତି।

Image

 

2-corona-positive-found-in-bbsr
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories