ଟ୍ରେଲର୍‌ ଗାଡ଼ିକୁ ପଛପଟୁ ଧକ୍କା ଦେଲା କଣ୍ଟେନର

କଟକ: କଟକ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଟାଙ୍ଗୀ ବଇଁଚୁଆ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କଣ୍ଟେନର ଟ୍ରେଲର ଗାଡ଼ିକୁ ପଛପଟୁ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଛନ୍ତି କଣ୍ଟେନର ଡ୍ରାଇଭର ଓ ହେଲ୍‌ପର।

ପୁଲିସ୍‌ ଓ ଦମକାଳବାହିନୀ ଘଟଣାସ୍ଥଳରେ ପହଞ୍ଚି କଟର୍‌ ସାହାଯ୍ୟରେ ଦୁଇ ଜଣଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କଟକ ବଡ଼ ଡାକ୍ତରଖାନାକୁ ପଠାଇଛନ୍ତି।

ବାଇଁଚୁଆ ନିକଟରେ ୧୬ ନମ୍ବର ଜାତୀୟ ରାଜପଥ କଡ଼ରେ ଲୁହା ବୋଝେଇ ଟ୍ରେଲରଟି ଛିଡ଼ା ହୋଇଥିଲା। ଦ୍ରୁତ ଗତିରେ ଆସୁଥିବା କଣ୍ଟେନର ଭାରସାମ୍ୟ ହରାଇ ତା’ ପଛରେ ପିଟି ହେଲା ବୋଲି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like