ଶ୍ୱଶୁରଙ୍କ ଚିତ୍କାର ଶୁଣି ବଞ୍ଚାଇବାକୁ ଯାଇଥିଲେ ବୋହୂ, ହେଲେ…

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ବିଷମ କଟକ ଅଞ୍ଚଳ ଠଙ୍ଗପଡ଼ା ଗାଁରେ ବିଦ୍ୟୁତ୍‌ ଆଘାତରେ ଶ୍ୱଶୁର ଓ ବୋହୂଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ୬୫ ବର୍ଷୀୟ ବୃଦ୍ଧ ଡାଉଣୀ ମଣ୍ଡିକା ଓ ତାଙ୍କ ବୋହୂ ସୁମିତ୍ରା ମଣ୍ଡିକା।

ସୂଚନା ଅନୁସାରେ, ଇଲେକ୍ଟ୍ରିକ୍‌ ବୋର୍ଡରୁ ଆସିଥିବା ତାର ଘର ଭିତରେ ଏକ କବାଟରେ ଚାର୍ଜ ହୋଇ ଯାଇଥିଲା। ଆଜି ସକାଳେ  ଡାଉଣୀ ଉକ୍ତ କବାଟ ଧରିବାରୁ ବିଦ୍ୟୁତ ସଂସ୍ପର୍ଶରେ ଆସି ଯାଇଥିଲେ। ଫଳରେ ସେ ଚିତ୍କାର କରିବାରୁ ତାଙ୍କୁ ବଞ୍ଚାଇବାକୁ ଯାଇ ତାଙ୍କ ବୋହୂ ସୁମିତ୍ରାଙ୍କୁ ମଧ୍ୟ ବିଦ୍ୟୁତ୍‌ ଆଘାତ ଲାଗିଥିଲା।

ଉଭୟ ଶଶୁର ଓ ବୋହୂଙ୍କୁ ଗୁରୁତର ଅବସ୍ଥାରେ ବିଷମକଟକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ସୁମିତ୍ରା ୪-୫ ମାସର ଗର୍ଭବତୀ ଥିଲେ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like